ଆଜି ପବିତ୍ର ରାମ ନବମୀ, ମହାପ୍ରଭୁଙ୍କୁ ଲାଗି ହେବ ଜେଉଟ ଭୋଗ

ପୁରୀ ୧୦।୦୪ : ଆଜି ପବିତ୍ର ଶ୍ରୀରାମ ନବମୀ   | ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କୁ ଜେଉଟ(ଜେଉଡ଼) ଭୋଗ ଲାଗି ହୋଇଛି । ଏଣୁ ବିଧି ଅନୁସାରେ ଶନିବାର ସନ୍ଧ୍ୟା ଧୂପ ପରେ ଦାରୁ ଦିଅଁଙ୍କୁ ଜେଉଟ ଭୋଗ ଲାଗି କରାଯାଇଛି । ବଲ୍ଲଭପିଣ୍ଡିରେ ଭୋଗ ଅନୁଷ୍ଠିତ ହୋଇଥିଲା । ଶ୍ରୀରାମ ଜନ୍ମରେ ମଧ୍ୟ ପରମ୍ପରା ଅନୁସାରେ ସ୍ୱତନ୍ତ୍ର ଦେବବିଧି ପାଳନ ହେବ । ମଧ୍ୟାହ୍ନ ଧୂପ ପରେ ଶ୍ରୀରାମଜନ୍ମ ନୀତି ଅନୁଷ୍ଠିତ ହେବ । ଅପରାହ୍ଣରୁ ସନ୍ଧ୍ୟା ପର୍ଯ୍ୟନ୍ତ ଏହି ନୀତି ହେବାର ସମ୍ଭାବନା ରହିଛି । ସେଦିନର ଠାକୁରଙ୍କ ନୀତି ଅନୁସାରେ ଜନ୍ମ ନୀତି ହେବ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ଡପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ ପ୍ରତ୍ୟେକ ଦିନ ପାଳନ ହେବ। ସେହିପରି ଆଜିଠାରୁ ବିଭିନ୍ନ ସାହିରେ ସାହିଯାତ କରାଯାଇ ଏହି ରାମଲୀଳା ପର୍ବକୁ ପାଳନ କରିବାର ପରମ୍ପରା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: