ଆଜି ପୁରୀରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ବୈଠକ

ପୁରୀ ,୨୪/୦୯:ଆଜି ପୁରୀରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ଦଶମ ପରାମର୍ଶଦାତା କମିଟି ବୈଠକ ।  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର “ଦଶମ ପରାମର୍ଶଦାତା କମିଟି’ ବୈଠକ ପୁରୀ ଠାରେ ଅନୁଷ୍ଠିତ ହେବ ।  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ରାଜୀବ ଚନ୍ଦ୍ରଶେଖର ଓ ଦେଶର ବିଭିନ୍ନ ରାଜନୈତିକ ଦଳର ସାଂସଦ ଯୋଗଦେବେ । ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ର ସହ ଜଡ଼ିତ ବିଷୟରେ ବିଚାର ବିମର୍ଷ କରାଯିବ । ସକାଳ ୧୦ ଟା ୪୫ରେ ପୁରୀରେ ହୋଟେଲ ମେ ଫେୟାରରେ ହେବ ବୈଠକ । ପୁରୀ ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିବେ ।ଏହି ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ରାଷ୍ଟ୍ର ମନ୍ତ୍ରୀ ଡ. ରାଜୀବ ଚନ୍ଦ୍ରଶେଖରଙ୍କ ସମେତ ଦେଶର ବିଭିନ୍ନ ରାଜନୈତିକ ଦଳର ସାଂସଦମାନେ ଉପସ୍ଥିତ ରହିବା କାର୍ଯ୍ୟକ୍ରମ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: