ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମବାର୍ଷିକୀ

ନୂଆଦିଲ୍ଲୀ, ୧୯/୧୧: ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମବାର୍ଷିକୀ | ପ୍ରୟାଗରାଜ (ଆଲାହାବାଦ)ର ଏକ କାଶ୍ମୀରୀ ପଣ୍ଡିତ ପରିବାରରେ ୧୯୧୭ ନଭେମ୍ବର୧୯ରେ ଇନ୍ଦିରା ଗାନ୍ଧୀ ଜନ୍ମ ଗ୍ରହଣ କରିଥିଲେ। ପିତା ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ମାତା କମଳା ନେହେରୁଙ୍କ ସେ ଏକମାତ୍ର ସନ୍ତାନ ଥିଲେ। ମାତାଙ୍କ ସହ ଆନନ୍ଦ ଭବନରେ ତାଙ୍କ ପିଲାଦିନ କଟିଥିଲା। ଇନ୍ଦିରା ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଏବଂ ୧୯୮୦ରୁ ୧୯୮୪ ପର୍ଯ୍ୟନ୍ତ ଦେଶ ସେବାରେ ନିଜକୁ ଉତ୍ସର୍ଗ କରିଥିଲେ। ବ୍ରିଟେନ୍‌ରେ ଲଣ୍ଡନ ସ୍କୁଲ ଅଫ୍ ଇକୋନୋମିକ୍ସର ଛାତ୍ରୀ ଥିବା ସମୟ​‌େ​‌ର ଫିରୋଜ ଗାନ୍ଧୀଙ୍କ ସହ ତାଙ୍କର ଭେଟ ହେଲା। ଦୁହେଁ ଭଲ ବନ୍ଧୁ ହେବା ପରେ ବିବାହ କରିଥିଲେ। ଲାଲ ବାହାଦୂର ଶାସ୍ତ୍ରୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ଇନ୍ଦିରା ଭାରତର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଦାୟିତ୍ବ ତୁଲାଇଥିଲେ। ଶାସ୍ତ୍ରୀଜୀଙ୍କ ମୃତ୍ୟୁ ପରେ ସେ ୧୯୬୬ରେ ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିଲେ। ଦୁଇ ଶିଖ୍ ଅଙ୍ଗରକ୍ଷୀଙ୍କ ଗୁଳିରେ ସେ ୧୯୮୪ ଅକ୍ଟୋବର ୩୧ରେ ନିଜ ବାସଭବନରେ ପ୍ରାଣ ହରାଇଥିଲେ। ଇନ୍ଦିରା ଗାନ୍ଧୀଙ୍କ ଜନ୍ମବାର୍ଷିକୀ  ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଟୁଇଟ୍‌କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଜନ୍ମବାର୍ଷିକୀରେ ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି। ସେହିପରି, ‘ଭାରତ ଯୋଡ଼ୋ ଯାତ୍ରା’ରେ ଥିବା କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀ ମଧ୍ୟ ଜେଜୀମା’ ଇନ୍ଦିରା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଚଳି ଜ୍ଞାପନ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!