ଭୁବନେଶ୍ୱର ୨୪।୦୩ : ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଚାଲି ଚାଲି ବୁଥ୍ରେ ଯାଇ ଭୋଟ ଦେଇଛନ୍ତି । ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍ ଏସି ଏବଂ ୩ଟି ମହାନଗର ନିଗମ ପାଇଁ ହେବ ଭୋଟ୍ ଗ୍ରହଣ ଚାଲିଛି । କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟିଂ ହେବ । ଚଳିତ ନିର୍ବାଚନ ମଇଦାନରେ ୬ହଜାର ୪୧୧ ଜଣ ପ୍ରାର୍ଥୀ ଥିବା ବେଳେ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ। ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା ସ୍ବାଇଁ କର୍ପୋରେଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ବେଳେ ବିଜେପି ପକ୍ଷରୁ ନଳିନୀ ପ୍ରଭା ଖଟେଇ ଏବଂ କଂଗ୍ରେସ ପକ୍ଷରୁ ନିବାସୀ ଦେଈ ନିର୍ବାଚନ ଲଢୁଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |