ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ,୬/୭: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଦିନ ଗୋଟାଏରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳ ଘୋଷଣା ହେବ । ଏହାର ଏକ ଘଣ୍ଟା ପରେ ଅର୍ଥାତ ଦିନ ଦୁଇଟା ପରେ ପରୀକ୍ଷାର୍ଥୀ ମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ । ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ବର୍ଷର ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ବୁଧବାର ଦିନ ୧ଟାରେ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ । ବୁଧବାର ଦିନ ବୋର୍ଡ କାର୍ଯ୍ୟାଳୟ ଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ , ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ ମାଟ୍ରିକ୍, ମଧ୍ୟମା, ମୁକ୍ତ ବିଦ୍ୟାଳୟ-୨୦୨୨ ପରୀକ୍ଷା ଫଳ ପୁସ୍ତିକାକୁ ଲୋକାର୍ପଣ କରିବେ ।   ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ବର୍ଷର ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ବୁଧବାର ଦିନ ୧ଟାରେ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ । ବୁଧବାର ଦିନ ବୋର୍ଡ କାର୍ଯ୍ୟାଳୟ ଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ , ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ ମାଟ୍ରିକ୍, ମଧ୍ୟମା, ମୁକ୍ତ ବିଦ୍ୟାଳୟ-୨୦୨୨ ପରୀକ୍ଷା ଫଳ ପୁସ୍ତିକାକୁ ଲୋକାର୍ପଣ କରିବେ ।

ତେବେ ଦିନ ଗୋଟାଏରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । http://bseodisha.ac.inhttp://bseodisha.nic.in ଉପଲବ୍ଧ ହେବ ରେଜଲ୍ଟ । ଅପରାହ୍‌ଣ ୨ଟା ପରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ । SMS ଜରିଆରେ ମଧ୍ୟ ଆପଣ ପାଇପାରିବେ ମାଟ୍ରିକ୍ ପରୀକ୍ଷା ଫଳ । OR10 SPACE ରୋଲ ନମ୍ବର ଲେଖି ୫୬୭୬୭୫୦ ନମ୍ବରକୁ SMS କଲେ ଫଳ ପାଇହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!