ପୁରୀ, ୦୭/୦୬ : ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ଵପୂର୍ଣ୍ଣ ବୈଠକ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ପରିଚାଳନା କମିଟି ସଦସ୍ୟଙ୍କ ସହ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ରହିବେ। ଆସନ୍ତା ୧୩ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଓ ଜୁଲାଇ ୧ରେ ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା ହେବ। ତେବେ ଏହା ପୂର୍ବରୁ ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ଵପୂର୍ଣ୍ଣ ବୈଠକ। ଏହି ବୈଠକରେ ଶ୍ରୀମନ୍ଦିରରେ ଦଇତା ପ୍ରବେଶ, ସ୍ନାନପୂର୍ଣ୍ଣିମା, ନବଯୌବନ ଦର୍ଶନ, ରଥଯାତ୍ରା, ହେରାପଞ୍ଚମୀ, ବାହୁଡା ଯାତ୍ରା, ସୁନାବେଶ ଓ ନିଳାଦ୍ରୀ ବିଜେ ପ୍ରମୁଖ ଯାନିଯାତ୍ରାର ନୀତି ନିର୍ଘଣ୍ଟର ଅନୁମୋଦନ କରାଯିବ। ଏଥିସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନେଇ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ ମିଳିବା ପରେ ଖୁବଶୀଘ୍ର କିଭଳି କାର୍ଯ୍ୟ ଶେଷ ହେବ ସେନେଇ ମଧ୍ୟ ଆଲୋଚନା ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |