ଆଜି ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦

ପୁଣେ,୫।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଲାଯିବ।   ପ୍ରଥମ ମ୍ୟାଚକୁ ଭାରତ ୨ରନରେ ଜିତିଥିବା ଆଜିର ମ୍ୟାଚ ଜିତି ସିରିଜ ହାତେଇବାକୁ ଚେଷ୍ଟା କରିବ।   ପ୍ରଥମ ଟି -୨୦ ରେ ଫିଲ୍ଡିଂ କରୁଥିବା ବେଳେ ସଞ୍ଜୁ ସାମସନଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ସଞ୍ଜୁ ପୁରା ମ୍ୟାଚ୍ ସମୟରେ ଫିଲ୍ଡିଂ କରିଥିଲେ, କିନ୍ତୁ ଖେଳ ଶେଷ ହେବା ପରେ ତାଙ୍କ ଆଣ୍ଠୁ ଫୁଲି ଯାଇଥିଲା। ଏହି ଆଘାତ ହେତୁ ସେ ଦଳ ସହ ପୁଣେ ଯାଇ ନଥିଲେ। ତାଙ୍କୁ ବିସିସିଆଇ ଡାକ୍ତରୀ ଦଳ ଚିକିତ୍ସା କରୁଛନ୍ତି ଏବଂ ତାଙ୍କୁ ବିଶ୍ରାମ ପାଇଁ ପରାମର୍ଶ ଦିଆଯାଇଛି। ସାମସନଙ୍କ ବଦଳ ଖେଳାଳି ଭାବେ ଦଳରେ ବିଦର୍ଭର ଜିତେଶ ଶର୍ମାଙ୍କୁ ଚୟନ କରାଯାଇଛି। ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏହି ମ୍ୟାଚ ଭାରତୀୟ ସମୟ ସା ୭ଟାରୁ ଆରମ୍ଭ ହେବ। ଏଥି ସହିତ ଷ୍ଟାର ସ୍ପୋର୍ଟସ ନେଟୱାର୍କରେ ଏହି ମ୍ୟାଚ ସିଧା ପ୍ରସାରଣ ହେବ। ଦର୍ଶକମାନେ ଡିଜ୍‌ନୀ ପ୍ଲସ ହଟଷ୍ଟାରରେ ଲାଇଭ ଷ୍ଟ୍ରିମିଂ ଦେଖିପାରିବେ। ଏହା ବ୍ୟତୀତ ପ୍ରଶଂସକମାନେ ଡିଡି ସ୍ପୋର୍ଟସରେ ମାଗଣା ଲାଇଭ ପ୍ରସାରଣ ଦେଖିପାରିବେ।

ଭାରତ ସମ୍ଭାବ୍ୟ ଏକାଦଶ: ଈଶାନ କିଶନ, ଶୁବମନ ଗିଲ, ସୂର୍ଯ୍ୟକୁମାର ଯାଦବ, ସଂଜୁ ସାମସନ୍‌/ରାହୁଲ ତ୍ରିପାଠୀ, ହାର୍ଦିକ ପାଣ୍ଡ୍ୟା (ଅଧିନାୟକ), ଦୀପକ ହୁଡ଼ା, ଅକ୍ଷର ପଟେଲ, ହର୍ଷଲ ପଟେଲ୍‌, ଶିବମ ମାଭି, ଉମ୍ରାନ ମଲ୍ଲିକ, ୟୁଝବେନ୍ଦ୍ର ଚହଲ।

ଶ୍ରୀଲଙ୍କା ସମ୍ଭାବ୍ୟ ଏକାଦଶ: ପଥୁମ ନିଶାଙ୍କ, କୁସାଲ ମେଣ୍ଡିସ୍‌ (ୱିକେଟରକ୍ଷକ), ଧନଞ୍ଜୟ ଡି’ସିଲଭା, ଚରିତ ଅସଲଙ୍କା, ଭାନୁକା ରାଜପକ୍ଷ, ଦାସୁନ ଶଣକା (ଅଧିନାୟକ), ୱାନିନ୍ଦୁ ହସରଙ୍ଗା, ଚାମିକା କରୁଣାରତ୍ନେ, ମହେଶ ତୀକ୍ଷ୍‌ଣା, ଦିଲସାନ ମଦୁଶଙ୍କା, କାସୁନ ରଜିଥା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: