ଆଜି ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର,୨୭/୦୩: ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ ।  ୧୧ଟା ୩୦ରେ ରାଜ୍ୟ ମନ୍ତ୍ରୀ ପରିଷଦ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ । ପଞ୍ଚାୟତ ଓ ପୌର ନିର୍ବାଚନରେ ଶାସକ ଦଳର ସଫଳତା ପରେ ଏହା ପ୍ରଥମ କ୍ୟାବିନେଟ୍‌ ବୈଠକ|ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପ୍ରଥମେ  ମନ୍ତ୍ରୀ ପରିଷଦ ଓ ପରେ କ୍ୟାବିନେଟ୍‌ ବୈଠକ ହେବ । ଏଥିରେ ବଜେଟ୍‌କୁ ଅନୁମୋଦନ ସହ ୨୭ଟି ଏଜେଣ୍ଡା ଉପରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି । ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍‌କୁ ମୋହର ମରାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: