ପୁରୀ,୧୧ା୧: ଆଜି ଶ୍ରୀଜୀଉ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥି ପାଇଁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନକୁ ୪ ଘଣ୍ଟା ପାଇଁ ବନ୍ଦ ରଖାଯାଇଛି । ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।ଆଜି ମାଘମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥି। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଇତ୍ୟାଦି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀଇ ହୋଇଥିବାରୁ ଆଜି ଅପରାହ୍ନ 5ଟାରୁ ରାତ୍ରି 9ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ଦର୍ଶନ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ|
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |