ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୮/୬ : ବୁଧବାର ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ବେଶ ପାଇଁ ୪ ଘଣ୍ଟା ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବେ ଏହି ସମୟରେ। ଏହି କାରଣରୁ ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ୪ ଘଣ୍ଟା ଧରି ସର୍ବସାଧାରଣଙ୍କ ସକାଶେ କାଳିଆର ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ବନକଲାଗି ହେଉଛି ମହାପ୍ରଭୁଙ୍କ ଗୁପ୍ତନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପହର ଧୂପ ସରିବା ପାରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ । ଦତ୍ତମହାପାତ୍ରମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ବନକଲାଗି ସରିଲେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିବ । ବୁଧବାର ନୀତି ସମୟକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: