ଆଜି ମହାପ୍ରଭୁଙ୍କ ବନକଲାଗି ନୀତି : ସର୍ବସାଧାରଣଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ,୨୨।୩ : ପୁରୀ ଶ୍ରୀ ମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି  ।   ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପରେ ଏହି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଏଥିପାଇଁ ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ । ସୂଚନାଯୋଗ୍ୟ, ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ । ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!