ପୁରୀ,୨୫।୧ : ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ପଦ୍ମଫୁଲରେ ସଜ୍ଜିତ ହେବେ କାଳିଆ ସାଆନ୍ତ। ବଡ଼ଭାଇ ବଳଭଦ୍ର ଓ ଭଉଣୀ ମା’ ସୁଭଦ୍ରା ବି ଏହି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ପଦ୍ମବେଶ । ରୀତିନୀତି ଅନୁଯାୟୀ ରାତିରେ ମହାପ୍ରଭୁଙ୍କୁ ପଦ୍ମବେଶ କରାଯିବ । ବଡ଼ସିଂହାର ବେଶରେ ପଦ୍ମଫୁଲରେ ଆପାଦ ମସ୍ତକ ବିଭୂଷିତ ହେବେ ତିନି ଠାକୁର । ତ୍ରିବେଣୀ ଅମାବାସ୍ୟା ପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହୋଇଥାଏ । ବୁଧବାର କିମ୍ବା ଶନିବାର ଏହି ବେଶରେ ଦର୍ଶନ ଦିଅନ୍ତି ଚତୁର୍ଦ୍ଧା ମୂରତି । ତେଣୁ ଆଜି ବୁଧବାର ଥିବାରୁ ମାହାପ୍ରଭୁଙ୍କୁ ସେବାୟତ ମାନେ ପଦ୍ମବେଶରେ ସୁସଜ୍ଜିତ କରିବେ । ଶ୍ରୀଜୀଉ ମାନଙ୍କ ପଦ୍ମବେଶ ଅବସରରେ ଶ୍ରୀ ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ବଡ଼ଛତା ମଠ ପକ୍ଷରୁ ପ୍ରଦତ୍ତ ସାମଗ୍ରୀରେ ଶ୍ରୀମନ୍ଦିର ଦୟଣାମାଳ ସେବକ ବସନ୍ତ ରଣାଙ୍କ ନେତୃତ୍ବରେ ସତ୍ୟନାରାୟଣ ବେହେରା, ସନ୍ତୋଷ କୁମାର ମିଶ୍ର, ରଘୁନାଥ ବେହେରା, ବାସୁଦେବ ମହାପାତ୍ର ପ୍ରମୁଖ ପଦ୍ମବେଶ ପ୍ରସ୍ତୁତ କରିଛନ୍ତି। ଆସନ୍ତାକାଲି ସନ୍ଧ୍ୟାଧୂପ ପରେ ଶ୍ରୀମନ୍ଦିରକୁ ପ୍ରସ୍ତୁତ ପଦ୍ମବେଶ ବିଜେ କରିବ। ବଡ଼ସିଂହାର ବେଶରେ ଏହା ଶ୍ରୀଜିଉଙ୍କୁ ଲାଗି ହେବ। ପରଦିନ ଅବକାଶ ପୂର୍ବରୁ ବେଶ ଓଲାଗି ହେବ।ବଡ଼ ଠାକୁରଙ୍କ ନିକଟରେ ସ୍ୱତନ୍ତ୍ର ଖିରି ଭୋଗ ଲାଗି ହେବ । ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ପଦ୍ମଫୁଲରେ ସଜ୍ଜିତ ହେବେ କାଳିଆ ସାଆନ୍ତ। ବଡ଼ଭାଇ ବଳଭଦ୍ର ଓ ଭଉଣୀ ମା’ ସୁଭଦ୍ରା ବି ଏହି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ପଦ୍ମବେଶ ଦର୍ଶନ କରିପାରିବେ। ଏହି ଦୃଷ୍ଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |