ଆଜି ଯୋଗୀ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ

ନୂଆଦିଲ୍ଲୀ ,୨୬/୦୩: ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶରେ  ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ  ଦାୟିତ୍ବ ଗ୍ରହଣ କରିଛନ୍ତି  । ଗତକାଲି ଯୋଗୀ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ ନେଇଥିବା ବେଳେ ୨ ଜଣ ଉପମୁଖ୍ୟମନ୍ତ୍ରୀ ଓ ୫୦ ଜଣ ମନ୍ତ୍ରୀ, ରାଷ୍ଟ୍ର ମନ୍ତ୍ରୀ (ସ୍ୱତନ୍ତ୍ର ଦାୟିତ୍ୱ) ଓ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତେବେ ଆଜି ପୂର୍ବାହ୍ନ ୧୦ଟାରେ ଯୋଗୀ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ ବସିବାକୁ ଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗୀ ପ୍ରଥମଥର ପାଇଁ ଅଧ୍ୟକ୍ଷତା କରିବେ । ପରେ ପୂର୍ବାହ୍ନ ୧୧ଟାରେ ବାଚସ୍ପତିଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ରାଜଭବନରେ ଏହି ସମାରୋହ ହେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏଥିରେ ଅସ୍ଥାୟୀ ବାଚସ୍ପତି ଭାବେ ଶପଥ ନେବେ ରମାପତି ଶାସ୍ତ୍ରୀ ।   ଏହା ପରେ ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସଚିବ ସ୍ତରରୁ ଆରମ୍ଭ କରି ଉପରସ୍ତରର ଅଧିକାରୀଙ୍କୁ ସମ୍ବୋଧିତ କରିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: