ଆଜି ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ବର,୨୨।୧ :ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ।  ଆଜି ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ଏବଂ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆଜି ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକ ବସିବାକୁ ଥିବା ବେଳେ ଏଥିରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ମାନେ ଉପସ୍ଥିତ ରହିବେ । ଆଗାମୀ ନିର୍ବାଚନରେ ବିଜେପି କିପରି ଭଲ ପ୍ରଦର୍ଶନ କରିବ ସେନେଇ କାର୍ଯ୍ୟକାରିଣୀରେ ଆଲୋଚନା ହେବ । ପଞ୍ଚାୟତ ସ୍ତରରେ ସରକାରଙ୍କୁ ଘେରିବାକୁ ରୂପରେଖ ତିଆରି କରିବ ରାଜ୍ୟ ବିଜେପି । ତାହାସହ ଦଳକୁ ତୃଣମୂଳ ସ୍ଥରରେ ଆହୁରି ମଜଭୁତ କରିବାକୁ ପୟାସ କରାଯିବ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: