ଆଜି ଲୋକସେବା ଭବନରେ ପ୍ରଦର୍ଶିତ ହେବ ‘ଦମନ’

ଭୁବନେଶ୍ବର,୨୦/୧୧ : ନିକଟରେ ରିଲିଜ ହୋଇଥିବା ଓଡ଼ିଆ ଫିଲ୍ମ ‘ଦମନ’କୁ ନେଇ ସବୁ ଆଡେ ଚର୍ଚ୍ଚା ଲାଗି ରହିଛି।ଆଜି ସନ୍ଧ୍ୟାରେ ବାବୁସାନଙ୍କ ଅଭିନୀତ ଯୁଗାନ୍ତକାରୀ ଚଳଚ୍ଚିତ୍ର ‘ଦମନ’ ସଚିବାଳୟରେ ପ୍ରଦର୍ଶିତ ହେବ। ଆଜି ସନ୍ଧ୍ୟା ୫ଟା ସମୟରେ ଏହି ଛବି ସଚିବାଳୟର କନଭେନସନ ହଲରେ ପ୍ରଦର୍ଶିତ ହେବ। ଏଥିରେ ଯୁଗ୍ମ ସଚିବ ପାହ୍ୟାରୁ ଉଚ୍ଚ ଅଧିକାରୀମାନେ ଅଂଶଗ୍ରହଣ କରିପାରିବେ। ଏନେଇ ରାଜ୍ୟ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଚଳଚ୍ଚିତ୍ର ‘ଦମନ’କୁ ମୁଖ୍ୟମନ୍ତ୍ରୀ କରମୁକ୍ତ ଘୋଷଣା କରିଛନ୍ତି। ଓଡ଼ିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ପର୍ଯ୍ୟବସିତ ଏହି ଚଳଚ୍ଚିତ୍ରଟି ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜଭୁତ କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। କୋଭିଡ୍ ମହାମାରୀ ସମୟରେ ରାଜ୍ୟ ସରକାର ଯେଭଳି ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରଖି ସେବା ଯୋଗାଇଲେ, ସେଭଳି କାମ କରିଚାଲିଲେ ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!