ଆଜି ଶିମିଳିପାଳ ଆସିବ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର ୧୧।୦୩: ଆଜି ଶିମିଳିପାଳ ଆସିବ କେନ୍ଦ୍ରୀୟ ଟିମ୍ । ଶିମିଳିପାଳ ବନାଞ୍ଚଳର ବିଭିନ୍ନ ସ୍ଥାନ ଜଳୁଥିବା ବେଳେ ଅନୁଧ୍ୟାନ ଲାଗି ଆଜି ପହଞ୍ଚିବ କେନ୍ଦ୍ରୀୟ ଟିମ୍ । ଓଡ଼ିଶାର ବିଜେପି ସାଂସଦଙ୍କୁ ଏହି ପ୍ରତିଶୃତି ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡ଼େକର । ଗତକାଲି ରାଜ୍ୟ ବିଜେପି ୯ ଜଣ ସାଂସଦ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଭେଟି ଶିମିଳିପାଳରେ ଲାଗିଥିବା ନିଆଁ ସଂପର୍କରେ ଅବଗତ କରିଥିଲେ । ତୁରନ୍ତ ଘଟଣାସ୍ଥଳକୁ କେନ୍ଦ୍ରୀୟ ଟିମ୍ ପଠାଇବାକୁ ଅନୁରୋଧ କରିଥିଲେ । କାମ୍ପା ଫଣ୍ଡ ଖର୍ଚ୍ଚ ନେଇ ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିବାକୁ ଦାବି କରିଛନ୍ତି ବିଜେପି ନେତା । ଏନେଇ କେନ୍ଦ୍ର ଜଙ୍ଗଲ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡ଼େକରଙ୍କୁ ଭେଟିଥିଲେ ମୟୁରଭଞ୍ଜ ସାଂସଦ ବିଶେଶ୍ୱର ଟୁଡୁ। ଶିମିଳିପାଳରେ ନିଆଁ ଲାଗିବା ଘଟଣାର ସତ୍ୟାସତ୍ୟ ଜାଣିବା ଲାଗି କେନ୍ଦ୍ର ସରକାର ଏକ କମିଟି ଗଠନ କରିବାକୁ ଅନୁରୋଧ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: