ଆଜି ଶ୍ରୀଜଗନ୍ନାଥଙ୍କ କାଳୀୟ ଦଳନ ବେଶ ନୀତି

ପୁରୀ,୨୩/୦୮:  ଆଜି ଭାଦ୍ରବ କୃଷ୍ଣ ଏକାଦଶୀ | ଶ୍ରୀମନ୍ଦିରରେ କାଳୀୟ ଦଳନ ନୀତି ଓ ଧେନୁକାସୁର ବଧ ପ୍ରସ୍ତାବ ହେବ । ଏହି ଅବସରରେ ମହାପ୍ରଭୁ କାଳୀୟ ଦଳନ ବେଶରେ ସୁଶୋଭିତ ହେବେ । କାଳୀୟ ନାଗ ଉପରେ ଶ୍ରୀଜଗନ୍ନାଥ ନୃତ୍ୟ କରୁଥିବା ଭଙ୍ଗୀରେ ଉଭା ହେବେ । କାଳୀୟ ନାଗ ଠାକୁରଙ୍କ ଶ୍ରୀଅଙ୍ଗକୁ ଆବୃତ୍ତ କରିଥିବ । ଶ୍ରୀକୃଷ୍ଣ କାଳିନ୍ଦୀ ହ୍ରଦର ଭୟାବହ କାଳୀୟ ସର୍ପକୁ ଦଳି ଦମନ କରିଥିଲେ । ଏହି   ସ୍ମୃତିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟ ଦଳନ ବେଶ ଅନୁଷ୍ଠିତ ହୋଇଥାଏ । ଏହି ଅବସରରେ ଧେନୁକାସୁର ବଧ ନୀତି ସମ୍ପନ୍ନ ହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!