ଆଜି ଶ୍ରୀଜିଉଙ୍କର ବନକ ଲାଗି ନୀତି,ଦିନ ୪ଟାରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ପୁରୀ,୨୭।୪:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି । ସିଂହାରୀ ସେବାୟତଙ୍କ ଗୋଡ଼ ଖୁଣ୍ଟିଆ ସେବାୟତଙ୍କ ଦେହରେ ବାଜିବାରୁ ମହାସ୍ନାନ କରାଯାଇଛି । ତେବେ ଆଜି ଶ୍ରୀଜିଉଙ୍କର ବନକ ଲାଗି ନୀତି ହେବ । ଏନେଇ ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଗୁପ୍ତ ସେବା ନୀତି ପାଇଁ ଦିନ ୪ଟାରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: