ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି,୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ, ୨୩।୦୩: ଆଜି ଚୈତ୍ର-କୃଷ୍ଣ ଷଷ୍ଠୀ ତିଥି |ଏହି  ଷଷ୍ଠୀ ତିଥି ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିବ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ବନ୍ଦ ରହିବ । ଅପରାହ୍‌ଣ ୪ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାସ୍ନାନ ପରେ ପୁଣି ଶ୍ରୀଜିଉଙ୍କ ଦର୍ଶନ ସ୍ୱାଭାବିକ ଚାଲିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ   ସୂଚନା ଦିଆଯାଇଛି   ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: