ଆଜି ଶ୍ରୀମନ୍ଦିରରେ କୃଷ୍ଣ ବଳରାମ ବେଶ ନୀତି

ପୁରୀ ,୦୫।୦୯ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କର କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୁଏ । ଏହି ବେଶରେ ଶ୍ରୀଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀବଳଭଦ୍ରଙ୍କୁ ବଳରାମ ବେଶରେ ସୁସଜ୍ଜିତ କରାଯାଏ । ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରନ୍ତି । କୃଷ୍ଣ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହସ୍ତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଥାଏ । ବଳରାମଙ୍କ ଡାହାଣ ହାତରେ ଶିଘାଂ ଓ ବାମ ହସ୍ତରେ ପଦ୍ମ ଫୁଲ ଥାଏ । କିରୀଟ ଉପରେ ସୋଲନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଜଗନ୍ନାଥ ଓ ବଳଭଦ୍ର ଗୋଟିଏ ଲେଖାଏଁ କିରୀଟଯୁକ୍ତ ପାଗ ପିନ୍ଧିଥାନ୍ତି । ଅନେକ ରତ୍ନ ଅଳଙ୍କାର ଶ୍ରୀଅଙ୍ଗରେ ଶୋଭା ପାଉଥାଏ । ଦୁଇ ଠାକୁରଙ୍କ ଦୁଇ ପାଶ୍ୱର୍ରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ, ଗୋପୀ, ବ୍ରହ୍ମା ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ, ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଯାଏ । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି । ଦ୍ୱିପହର ଧୂପ ପରେ ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହେ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ଲାଗେ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଖଣ୍ଡସାହିର ଜମିଦାରଙ୍କ ଦ୍ୱାରା ଏହି ବେଶ କରାଯାଇଥିବା ଶ୍ରୀମନ୍ଦିର ସତ୍ତ୍ୱଲିପିରୁ ସୂଚନା ମିଳେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: