ପୁରୀ ୦୩/୦୯ : ଆଜି ଭାଦ୍ରବ କୃଷ୍ଣ ଏକାଦଶୀ । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ଜିତ କରାଯିବ । ଏହି ବେଶରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ ଲମ୍ୱର ବିରାଟକାୟ ସପ୍ତଫେଣିଆ କାଳୀୟ ସର୍ପକୁ ରତ୍ନସିଂହାସନ ଉପରକୁ ନିଆଯାଇଥାଏ । ଫେଣିଆ ମସ୍ତକ ଶ୍ରୀ ଜଗନ୍ନାଥଙ୍କ ଶ୍ରୀପୟର ତଳେ ଓ ଅବଶିଷ୍ଟ ଅଂଶ ଠାକୁରଙ୍କ ସମସ୍ତ ଶରୀରକୁ ଆବୃତ୍ତ କରି ରଖାଯାଏ। ଦେବୀ ସୁଭଦ୍ରାଙ୍କୁ ସାଧାରଣ ବେଶରେ ଓ ଶ୍ରୀ ବଳଭଦ୍ରଙ୍କ ଦୁଇ ପାର୍ଶ୍ୱରେ ଗୋଟିଏ ଲେଖାଏଁ କାଷ୍ଠ ନିର୍ମିତ ଗାଇ ବାଛୁରୀ ରଖାଯାଇଥାଏ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |