ଆଜି ସ୍ବର୍ଗଦ୍ୱାରରେ ହେବ ପିଣ୍ଟୁ ନନ୍ଦଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ୱର,୩ା୩ : ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କର ଶୁକ୍ରବାର ପୁରୀ ସ୍ବର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯିବ। ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ୪୭ ବର୍ଷ ବୟସରେ ପରଲୋକ ଘଟିଛି  । ହାଇଦ୍ରାବାଦର ଯଶୋଦା ମେଡ଼ିକାଲରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ବୁଧବାର ରାତି ୧୧ଟା ୨୫ ମିନିଟ ସମୟରେ ପିଣ୍ଟୁ ନନ୍ଦଙ୍କ ପରଲୋକ ହୋଇଛି। ସେ କିଛିଦିନ ହେବ ଲିଭର୍ ସିରୋସିସ୍‌ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ୍ ବିଲିୟାରି ସାଇନ୍ସ (ଆଇଏଲବିଏସ)ରୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ପିଣ୍ଟୁଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଯଶୋଦା ହସ୍ପିଟାଲ୍ ଡାକ୍ତରମାନେ ତାଙ୍କୁ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ (କାଡେଭର) କରିବାକୁ ପରାମର୍ଶ ଦେଇଥିଲେ। ପୂର୍ବରୁ ପିଣ୍ଟୁ ନନ୍ଦଙ୍କୁ ଡୋନର ନମିଳିବାରୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା। ପରିବାରର ଜଣେ ସଦସ୍ୟ ଲିଭର ଦାନ କରିବାର ଥିଲା। କିନ୍ତୁ ଠିକ ସମୟରେ ବ୍ଲଡ୍ ଗ୍ରୁପ୍ ଅସଙ୍ଗତି ଏବଂ ଅନ୍ୟାନ୍ୟ କାରଣରୁ ତାହା ସମ୍ଭବ ହୋଇପାରିନଥିଲା।ଗୁରୁବାର ରାତିରେ ପିଣ୍ଟୁଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲା। ତାଙ୍କ ଶେଷ ଦର୍ଶନ କରିବା ପାଇଁ କଳାକାର, ପ୍ରଶଂସକ ଏବଂ ସମର୍ଥକମାନେ ବିମାନବନ୍ଦରରେ ପହଞ୍ଚିଥିଲେ। ଆଜି ସକାଳେ ମଧ୍ୟ ପିଣ୍ଟୁଙ୍କୁ ଶେଷ ଦର୍ଶନ କରିବା ପାଇଁ ଅନେକ ଶୁଭେଚ୍ଛୁଙ୍କ ଭିଡ଼ ଜମିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!