ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି,,୨୫ ।୩: ଆଜି ଜିଲ୍ଲା ମାନ୍ୟତା ଦାବିରେ  ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ‌ଦେଇଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି। ଏଠାରେ ଆଜି ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି। ଆଜି ସକାଳୁ ସକାଳୁ ବନ୍ଦର ପ୍ରଭାବ ପରିଲକ୍ଷିତ ହେଉଛି। କଣ୍ଟାବାଞ୍ଜିରେ ଯାନବାହନ ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। ଏହାଛଡ଼ା ବ୍ୟାଙ୍କ, ସରକାରୀ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ମଧ୍ୟ ବନ୍ଦ ରହିବ ବୋଲି କୁହାଯାଇଛି।ତୁରେକେଲା, ମୁରିବାହାଲ, ବଙ୍ଗୋମୁଣ୍ଡା ମଧ୍ୟ ଏହି ଦାବିକୁ ସମର୍ଥନ କରି ବନ୍ଦ ପାଳନ କରିଛି। ଜରୁରୀ କାଳୀନ ସେବା ଏବଂ ଯେଉଁ ସ୍କୁଲ କଲେ ରେ ପରୀକ୍ଷା ଚାଲୁଛି ତାହାକୁ ବନ୍ଦରୁ ବାଦ ଦିଆଯାଇଛି। ବନ୍ଦ ପାଳନରେ ସହରର ବିଭିନ୍ନ ସଂଗଠନ ଏବଂ ରାଜନୈତିକ ଦଳ ବି ସାମିଲ ହୋଇଥିବା ଜଣାଯାଇଛି। ଆଜି ସକାଳେ ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ବିଭିନ୍ନ ସ୍ଥାନରେ ବନ୍ଦକୁ ସମର୍ଥନ ଦେବାକୁ ଅନୁରୋଧ କରୁଛନ୍ତି। ଏହାଫଳରେ ଯାତାୟତରେ ଅସୁବିଧା ସୃଷ୍ଟି ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!