ଆଜି ୭୧ ହଜାର ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୨/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୁବା ମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି ।  ରୋଜଗାର ମେଳା କାର୍ଯ୍ୟକ୍ରମ ଅଧୀନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପ୍ରାୟ ୭୧ ହଜାର ନିଯୁକ୍ତିପତ୍ର ବିତରଣ କରିବେ ।    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ରୁ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ନିଯୁକ୍ତିକୁ ସମ୍ବୋଧିତ କରିଛନ୍ତି । କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତି ଦିଆଯିବ ।ରୋଜଗାର ମେଳା ମାଧ୍ୟମରେ ଅନେକ ଯୁବବର୍ଗଙ୍କୁ ନିଯୁକ୍ତି ସୁଯୋଗ ମିଳିବ ଏବଂ ଦେଶର ବିକାଶରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ବୋଲି ଆଶା କରାଯାଉଛି । ଗତ ଅକ୍ଟୋବରରେ ରୋଜଗାର ମେଳା ଅଧୀନରେ ୭୫ ହଜାରରୁ ଊଦ୍ଧ୍ୱର୍ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଥିଲା । ଗୁଜରାଟ ଏବଂ ହିମାଚଳ ପ୍ରଦେଶକୁ ଛାଡ଼ି ଦେଶର ପ୍ରାୟ ୪୫ ସ୍ଥାନରେ ନୂଆ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ହସ୍ତାନ୍ତର କରାଯିବ ବୋଲି ବିବୃତିରେ କୁହାଯାଇଛି । ଏଥିସହ ପ୍ରଧାନମନ୍ତ୍ରୀ ମୋଦି ଏହି ଅବସରରେ କର୍ମଯୋଗୀ ପ୍ରାରମ୍ଭ ମଡ୍ୟୁଲ୍‌ର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି । ଏହି ମଡ୍ୟୁଲ ହେଉଛି ବିଭିନ୍ନ ସରକାରୀ ବିଭାଗରେ ନୂଆ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କ ପାଇଁ ଏକ ଅନ୍‌ଲାଇନ କୋର୍ସ । ଏଥିରେ ସରକାରୀ କର୍ମଚାରୀଙ୍କୁ ଆଚରଣ ସଂହିତା, କର୍ମକ୍ଷେତ୍ରରେ ନୈତିକତା, ମାନବ ସମ୍ବଳ ନୀତି ଆଦି ସାମିଲ ହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: