ଭୁବନେଶ୍ବର, ୧୯|୦୩: : ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତାକାଲି ଅପରାହ୍ନରୁ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଏଥିସହ ୨୦ ତାରିଖ ଦିନ ଅପରାହ୍ନରୁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ମଧ୍ୟ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଏଣୁ ଆସନ୍ତା ୨ ଦିନ ପାଇଁ ଉକ୍ତ ଜିଲ୍ଲାଗୁଡ଼ିକରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |