ଆନ୍ଧ୍ର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି‌ ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର,୦୨/୧୦: ପଡ଼ୋଶୀ ଝାଡ଼ଖଣ୍ଡ ଓ ଆନ୍ଧ୍ରପ୍ରଦେଶରେ ଓଡ଼ିଆ ଭାଷାକୁ ଚରମ ଅବହେଳା କରାଯାଉଥିବାରୁ ରାଜ୍ୟରେ ପ୍ରତିବାଦ ସ୍ବର ବଢ଼ିବାରେ ଲାଗିଛି।  ଶୁକ୍ରବାର ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍‌ ଜଗନମୋହନ ରେଡ୍ଡୀଙ୍କୁ ସେ ପୃଥକ୍‌ ପୃଥକ୍‌ ପତ୍ର ଲେଖି ଓଡ଼ିଆ ଭାଷା ଓ ଓଡ଼ିଶାର ସ୍ବାର୍ଥକୁ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି‌ ଲେଖିଛନ୍ତି |

 

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: