ପୁରୀ , ୩୧/୦୧: ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଫେବ୍ରୁଆରୀ ପାଇଁ ରାଜ୍ୟ ସରକାର ଗାଇଡଲାଇନ୍ ଜାରି କରିଥିବା ବେଳେ ପୁରୀ ଶ୍ରୀମନ୍ଦିରକୁ ନେଇ ଆସିଛି ବଡ଼ ଖବର । ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି ଜାରି କରିଛି ମନ୍ଦିର ପ୍ରଶାସନ ।ଏସଓପି ଅନୁସାରେ, ଦୈନିକ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର । ଫେବ୍ରୁଆରି ୧ତାରିଖରୁ ସର୍ବସାଧାରଣ ଦର୍ଶନ ପାଇଁ ଶ୍ରୀମନ୍ଦିର ଖୋଲିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କୋଭିଡ୍ କଟକଣା ଭିତରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବେ ବୋଲି କୁହାଯାଇଛି। ବିଶୋଧନ ଓ ଭିଡ଼ ଏଡ଼ାଇବା ପାଇଁ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ପର୍ବପର୍ବାଣୀରେ କିନ୍ତୁ ଶ୍ରୀମନ୍ଦିର ଖୋଲା ରହିବ। ରାତ୍ରକାଳୀନ କର୍ଫ୍ୟୁ ଯୋଗୁ ଭକ୍ତମାନେ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଶୁକ୍ରବାର ଦିନ ଛତିଶାନିଯୋଗ ବୈଠକ ପରେ ଶ୍ରୀମନ୍ଦିର ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।ସାନିଟାଇଜେସନ ପାଇଁ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ । ଶ୍ରଦ୍ଧାଳୁମାନେ ସାଥିରେ ଆଧାର/ଭୋଟର କାର୍ଡ ଆଣି ଆସିବେ । ଆଧାର/ଭୋଟର କାର୍ଡ ସହିତ ଡବଲ ଡୋଜ୍ ଟିକା ସାର୍ଟିଫିକେଟ ବି ଜରୁରୀ । ଭକ୍ତମାନେ ପୂର୍ବଭଳି ୯୬ ଘଣ୍ଟା ଭିତରର ଆର୍ଟିପିସିଆର୍ ରିପୋର୍ଟ କିମ୍ବା କୋଭିଡ୍ର ଦୁଇଟି ଡୋଜ୍ ଟିକା ପ୍ରମାଣପତ୍ର ଦେଖାଇ ଓ କୋଭିଡ୍ ନିୟମ ଅନୁପାଳନ ପୂର୍ବକ ମହାପ୍ରଭୁଙ୍କ ଦର୍ଶନ କରିବେ। ଫେବ୍ରୁଆରି ମାସରେ ୬, ୧୩, ୨୦ ଓ ୨୭ ତାରିଖ, ଏଭଳି ୪ଟି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ସହରବାସୀ ପ୍ରମାଣପତ୍ର ଦେଖାଇ ପଶ୍ଚିମଦ୍ବାର ଦେଇ ମହାପ୍ରଭୁଙ୍କ ଦର୍ଶନ ପାଇଁ ଯାଇପାରିବେ। କିନ୍ତୁ ଅନ୍ୟ ଭକ୍ତମାନେ ସିଂହଦ୍ବାର ଦେଇ ପ୍ରବେଶ କରିବେ। ସମସ୍ତ ଭକ୍ତ ଦର୍ଶନ ସାରି ଉତ୍ତରଦ୍ବାର ଦେଇ ପ୍ରସ୍ଥାନ କରିବେ। ଶ୍ରୀମନ୍ଦିର ଭିତରେ ଓ ବାହାରେ ଭକ୍ତଙ୍କୁ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ଶ୍ରୀମନ୍ଦିର ପ୍ରବେଶ ପୂର୍ବରୁ ସାମାଜିକ ଦୂରତା ରକ୍ଷା ସହ ହାତ ସାନିଟାଇଜ୍ କରିବାକୁ କୁହାଯାଇଛି।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୧୮ରୁ ୬୦ ବର୍ଷ ବୟସ୍କ ସେବାୟତଙ୍କ ଲାଗି ପ୍ରିକ୍ସନ୍ ଡୋଜ୍ ଦିଆଯିବା ଲାଗି ବ୍ୟବସ୍ଥା କରାଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |