ଭୁବନେଶ୍ୱର,୨୦ା୧: ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ|ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପ୍ରାୟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବାର ରହିଛି ।ସୂଚନା ଅନୁଯାୟୀ ବୈଠକରେ କ୍ରୀଡ଼ା ଓ ଯୁବସେବା, ପଞ୍ଚାୟତିରାଜ, ଉଚ୍ଚଶିକ୍ଷା, ସାଧାରଣ ପ୍ରଶାସନ ବିଭାଗ, ସ୍ୱାସ୍ଥ୍ୟ, ଜଳସମ୍ପଦ, କୃଷି ଆଦି ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଅନୁମୋଦନ ମିଳିବ । ବିଶେଷ କରି ପାନୀୟଜଳ ପ୍ରକଳ୍ପ, କ୍ୟାଡର ରୁଲ୍ ସଂଶୋଧନ, ନଦୀବନ୍ଧ ଯୋଜନା ପ୍ରକଳ୍ପ ଭଳି ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ମଧ୍ୟ ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |