ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ବନକ ଲାଗି ନୀତି

ପୁରୀ,୭।୨: ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ବନକ ଲାଗି ନୀତି|ଆସନ୍ତାକାଲି ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ଶ୍ରୀଜୀଉମାନଙ୍କ  ଶ୍ରୀମୁଖ ଶୃଙ୍ଗାର ଅର୍ଥାତ୍‌ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଏହି ଗୁପ୍ତ ନୀତି ପାଇଁ ସଂନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପରମ୍ପରା ଅନୁଯାୟୀ, ଶ୍ରୀଜୀଉଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ପହୁଡ଼ ଆଳତି କରାଯିବ । ଏହାପରେ ଭିତରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ । ଗର୍ଭଗୃହ ମଧ୍ୟରେ ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ । ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତିରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର କରାଯାଇଥାଏ । ବନକ ଲାଗି ନୀତି ସମାପନ ପରେ  ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ଏହାପରେ  ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: