ଆସନ୍ତା ୧୨ ତାରିଖରୁ ଦ୍ଵିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ

ଭୁବନେଶ୍ଵର, ୦୯/୦୩ : ଆସନ୍ତା ୧୨ ତାରିଖରୁ ବସିବ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ। ବିଧାନସଭା ଅଧିବେଶନ ପୂର୍ବରୁ କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବିଧାନସଭାକୁ ପ୍ରବେଶ କରିବାକୁ ସମସ୍ତଙ୍କର କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଏଥିପାଇଁ ସମସ୍ତଙ୍କର ଆଣ୍ଟିଜେନ ଟେଷ୍ଟ କରାଯିବ। ଟେଷ୍ଟର ୨ ଘଣ୍ଟା ମଧ୍ୟରେ ରିପୋର୍ଟ ଆସିବ। କୋଭିଡ ଟେଷ୍ଟ ରିପୋର୍ଟ ଆସିଲେ ବିଧାନସଭା ମଧ୍ୟକୁ ପ୍ରବେଶ କରିବାକୁ ଅନୁମତି ଦିଆଯିବ। ତେବେ ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: