କଟକ ୦୪/୧୧: ଆସନ୍ତା ୨୩ ତାରିଖଠାରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ସମ୍ମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ । ୨୩ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହିି ପରୀକ୍ଷା ଚାଲିବ । ସେହିପରି ଆସନ୍ତା ୧୧ ତାରିଖରୁ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ । ମାଟ୍ରିକ ପରୀକ୍ଷା ବାବଦରେ ବୋର୍ଡ ଅଫିସ ତରଫରୁ ଏକ ପ୍ରେସମିଟ୍ ଜରିଆରେ ସୂଚନା ଦିଆଯାଇଛି । ଆଜିଠାରୁ ଛାତ୍ରଛାତ୍ରୀଙ୍କ ପାଇଁ ଆଡମିଟ୍ କାର୍ଡ ଉପଲବ୍ଧ ହେବ । ବୋର୍ଡ ୱେବସାଇଟ http://www.bseodisha.ac.in/କୁ ଯାଇ ପରୀକ୍ଷାର୍ଥୀମାନେ ସେମାନଙ୍କର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ମୋଟ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ୩୦୨୯ଟି ସେଣ୍ଟରରେ ଏହି ପରୀକ୍ଷା ଅନୁଷ୍ଠିତ ହେବା ସହ ୩୧୬ଟି ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ରହିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |