ଭୁବନେଶ୍ୱର,୧୧ା୩ : ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, କୋରାପୁଟ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ତେବେ ଏହାପରେ ତାପମାତ୍ରା ସାମାନ୍ୟ ବଢ଼ିବା ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଥିଲା। ଏଥିଯୋଗୁଁ ଗତ କିଛିଦିନ ଧରି ବୃଦ୍ଧି ପାଇଥିବା ତାପମାତ୍ରାରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି। ଗତକାଲି ମାଲକାନଗିରିରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |