ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ,୬ ଓ ୭ ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୦୫।୦୯ : ଉତ୍ତର ପୂର୍ବ ଓ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୪.୫ କି.ମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଲଘୁଚାପ ପ୍ରଭାବରେ ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଆଜି ଦକ୍ଷିଣ ଛତିଶଗଡ଼ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୨.୧ କି.ମିରୁ ୩.୬ କି.ମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆନ୍ଧ୍ରପ୍ରଦେଶ ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ କି.ମିରୁ ୪.୫ କି.ମି ଉଚ୍ଚତା ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଦୁଇ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ।କୋରାପୁଟ, ମାଲକାନଗିରିି, ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: