ଆସାମରେ ବନ୍ୟା ସ୍ଥିତି ଭୟଙ୍କର,୫୪ ମୃତ

ଗୌହାଟୀ,  ୧୯/୦୬:     ଲଗାଣ ବର୍ଷା ଯୋଗୁଁ ଆସାମରେ ବନ୍ୟା ସ୍ଥିତି ଭୟଙ୍କର ରୂପ ଧାରଣ କରିଛି । ଆସାମର ୨୮ଟି ଜିଲ୍ଳାର ୧୯ ଲକ୍ଷ ଲୋକ ଏହି ବନ୍ୟାରେ ପ୍ରଭାବିତ ହୋଇଥିବାବେଳେ ୫୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ଲକ୍ଷାଧିକ ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ରିଲିଫ୍‌ କ୍ୟାମ୍ପରେ ରଖାଯାଇଛି । ଜଳବନ୍ଦୀ ରହିଥିବା ଲୋକଙ୍କୁ ଉଦ୍ଧାର ପାଇଁ ପ୍ରକ୍ରିୟା ଜାରି ରହିଛି । ଏକ ଉଦ୍ଧାରକାରୀ ଦଳ ୨୧ ଜଣଙ୍କୁ ଏକ ଡଙ୍ଗାରେ ନେଇ ଆସୁଥିବାବେଳେ ଏହା ଅଧାବାଟରେ ଓଲଟି ପଡ଼ିବାରୁ ୩ ଜଣ ଛୋଟପିଲା ନିଖୋଜ ହୋଇଛନ୍ତି । ଅନ୍ୟ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମାଙ୍କ ସହିତ ଆଲୋଚନା କରିବା ସହିତ ସବୁ ପ୍ରକାରର ସହଯୋଗ କେନ୍ଦ୍ର ସରକାର ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ବନ୍ୟା ଓ ଭୂସ୍ଖଳନ ଯୋଗୁଁ ଅନେକ ଲୋକ ଫସି ରହିଛନ୍ତି । ଫଳରେ କେନ୍ଦ୍ର ସରକାର ଗୌହାଟୀ ଓ ସିଲଚର ମଧ୍ୟରେ ସ୍ୱତନ୍ତ୍ର ବିମାନ ଚଳାଚଳ ଆରମ୍ଭ କରିଛନ୍ତି । ଅନ୍ୟପକ୍ଷରେ ମେଘାଳୟ ମଧ୍ୟ ବନ୍ୟା ଯୋଗୁଁ ଲକ୍ଷାଧିକ ଲୋକ ଜଳବନ୍ଦୀ ହୋଇଛନ୍ତି । ସେହିପରି ତ୍ରିପୁରାର ଅଗରତାଲାରେ ଲଗାଣ ବର୍ଷା ଲାଗି ରହିଛି । ମେଘାଳୟରେ ବର୍ଷା ଓ ବନ୍ୟା ଫଳରେ ୧୯ ଜଣଙ୍କ ଜୀବନ ଯାଇଛି । ତ୍ରିୁରାରେ ୬ ଘଣ୍ଟା ମଧ୍ୟରେ ୧୪୫ ମିଲିମିଟର ବର୍ଷାରେକର୍ଡ କରାଯାଇଛି । ଲଗାଣ ବର୍ଷା ଯୋଗୁଁ ଉପନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ପ୍ରଭାବିତ ହୋଇଛି । ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି । ମେଘାଳୟ ମୁଖ୍ୟମନ୍ତ୍ରୀ କୋନରାଡ଼ ସାଙ୍ଗମା ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେବା ସହ ମୃତକଙ୍କ ପରିବାର ପାଇଁ ୫୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: