ଭୁବନେଶ୍ବର ,୨୪ ।୩ : ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି, ବର୍ଷା ଏବଂ ଝଡ଼ ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି। ସେହିପରି ୨୭ ତାରିଖରୁ ବର୍ଷାର ବିସ୍ତୃତି ବଢିପାରେ। ୨୬ ତାରିଖରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସାଙ୍ଗକୁ ଘଣ୍ଟା ପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବ। କିଛି କିଛି ଅଞ୍ଚଳରେ କୁଆପଥର ବର୍ଷା ବି ହୋଇପାରେ। ସେହିପରି ୨୭ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ। ୧୧ଟି ଉପକୂଳ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ବି ଅଧିକ ହେବ। ଏଭଳି ପାଗ ଚାଷ କାର୍ଯ୍ୟକୁ ଗଭୀର ଭାବେ ପ୍ରଭାବିତ କରିବ ବୋଲି ଆଶଙ୍କା ଦେଖାଦେଇଛି। ତେଣୁ ଅମଳକ୍ଷମ ପନିପରିବା, ମୁଗ ଓ ବିରି ଆଦି ଶସ୍ୟକୁ ଶୀଘ୍ର ଅମଳ କରିନେବାକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି, ବର୍ଷା ଏବଂ ଝଡ଼ ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି।୨୬, ୨୭ ଓ ୨୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଛି। ପଶ୍ଚିମା ଝଡ଼ର ପ୍ରଭାବରେ ଫସଲ ନଷ୍ଟ ହେବାର ଆଶଙ୍କା ଥିବାରୁ ଅମଳକ୍ଷମ ଫସଲକୁ କାଟି ନେବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |