ଆସୁଛି ପ୍ରବଳ ବର୍ଷା…

ଭୁବନେଶ୍ୱର୧୨/୬:  ଲଘୁଚାପଜନିତ ପ୍ରବଳ ବର୍ଷା ନେଇ ରାଜ୍ୟରେ ସତର୍କତା ଜାରି କରାଯାଇଛି। ଆଜି ଅତି ପ୍ରବଳ ବର୍ଷା ନେଇ ରାଜ୍ୟର ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼ ଓ ଅନୁଗୁଳ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।ଅନ୍ୟପକ୍ଷେ  ବର୍ଷା ମୁକାବିଲା  ପାଇଁ ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ତଳିଆ ଅଞ୍ଚଳରେ ବର୍ଷାଜଳ ନିଷ୍କାସନ ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ୨୭ଟି ସମ୍ବେଦନଶୀଳ ସ୍ଥାନକୁ ଫୋକସରେ ରଖାଯାଇଛି। ଭୁବନେଶ୍ୱରରେ ୧୦ଟି ମୁଖ୍ୟ ଡ୍ରେନ୍ କାମ ସରିଛି।  ୩ଟି ଲିଙ୍କ୍ ଡ୍ରେନରୁ ୨ଟିର କାମ ସରିଥିବାବେଳେ ବାକି କାମ ଆସନ୍ତା ୧୫ ତାରିଖରେ ସରିବ ବୋଲି କହିଛନ୍ତି ବିଏମସି କମିଶନର ସଂଜୟ ସିଂ। ଏହାସହିତ ବିଏମସି ପକ୍ଷରୁ ୨ଟି ଟୋଲ ଫ୍ରି ନମ୍ବର ଜାରି କରାଯାଇଛି।  ଅଗ୍ନିଶମ ଓ ବିଏମସି ପକ୍ଷରୁ ପମ୍ପ୍ ସେଟ୍ ମହଜୁଦ ଥିବା ସେ କହିଛନ୍ତି। ଏହାସହିତ ଏନଏଚଏଆଇର ଥିବା ୩ଟି ସ୍ଥାନକୁ ସର୍ବେକ୍ଷଣ କରି ବ୍ୟବସ୍ଥା କରାଯାଇଛି। ସବୁପ୍ରକାର ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ଥିବା କହିଛନ୍ତି ବିଏମସି କମିଶନର।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!