ଆସୁଛି ୨ଟି ଲଘୁଚାପ: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୦୬/୦୮ : ରାଜ୍ୟରେ ମୌସୁମୀ ବାୟୁ  ସକ୍ରିୟ ହୋଇଛି । ଏହାର ପ୍ରଭାବରେ ଗୁରୁବାର ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଏହାରି ଭିତରେ  ୨ଟି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।  ସେହିପରି ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଉତ୍ତର-ପଶ୍ଚିମ ଓ ପାଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୭ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏବେ ମୌସୁମୀ ପ୍ରଭାବରେ ରାଜ୍ୟରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । କିନ୍ତୁ ରବିବାର ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଧାରା ଶ୍ରାବଣରେ ବର୍ଷାର ପରିମାଣ ଅଧିକ ରହିବାର ଥିବାବେଳେ କମ୍‌ ବର୍ଷା ହେଉଛି । ଯାହା ଫଳରେ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି | ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଏଥିପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ମାଲକାନାଗିରି ଓ କୋରାପୁଟ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: