ଭୁବନେଶ୍ୱର, ୦୫/୦୯: ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସହିତ ବିଜୁଳି, ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର ଆଦି ଜିଲ୍ଲାରେ ଝଡ଼ତୋଫାନ ହେବାର ଆଶଙ୍କା ରହିଛି। ୭ ତାରିଖ ଦିନ ମଧ୍ୟ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, କନ୍ଧମାଳ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି । ଅନ୍ୟପଟେ ୮ ତାରିଖ ଦିନ ଝଡ଼ତୋଫାନର ପ୍ରଭାବ ଅଧିକ ରହିବ ପାଣିପାଗ ବିଭାଗ କହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |