ଇମାମୀ-କିସ୍‌ ଆବାସିକ ବିଦ୍ୟାଳୟକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର,  ୧୩।୦୬ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ୍‌ ଅନ୍ତର୍ଗତ ଆରମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‌ର ନୂତନ ଶାଖା ଇମାମି-କିସ୍‌କୁ   ଉଦ୍‌ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ ରାଷ୍ଟ୍ରମନ୍ତ୍ରୀ  ଅଶ୍ୱିନୀ କୁମାର ପାତ୍ର, ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, କନ୍ଧମାଳ ସାଂସଦ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, ରେମୁଣା ବିଧାୟକ ଶ୍ରୀଯୁକ୍ତ ସୁଧାଂଶୁ ଶେଖର ପରିଡ଼ା, ଇମାମି ଗ୍ରୁପର ପ୍ରତିଷ୍ଠାତା ତଥା ଯୁଗ୍ମ ଅଧ୍ୟକ୍ଷ ଶ୍ରୀଯୁକ୍ତ ଆର୍‌. ଏସ୍‌. ଅଗ୍ରୱାଲ୍‌ ଏବଂ ଇମାମି ଗ୍ରୁ୍‌ର ସହ- ପ୍ରତିଷ୍ଠାତା ତଥା ଯୁଗ୍ମ ଅଧ୍ୟକ୍ଷ ଆର. ଏସ୍‌. ଗୋଏଙ୍କା ପ୍ରମୁଖ ଯୋଗଦେବେ ।   ଇମାମି-କିସ୍‌ ଆବାସିକ ବିଦ୍ୟାଳୟରେ ସିବିଏସ୍‌ଇ ପାଠ୍ୟକ୍ରମରେ ଶିକ୍ଷାଦାନ କରାଯିବ । ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୧୨ଶହ   ଗରିବ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ କରାଯିବ । ପାଠ ପଢ଼ା ବ୍ୟତୀତ ଏଠାରେ ଛାତ୍ରଛାତ୍ରୀଙ୍କୁ ଅନ୍ୟାନ୍ୟ କ୍ଷେତ୍ର ବିଶେଷ କରି ଉନ୍ନତ ମାନର କ୍ରୀଡ଼ା ତାଲିମ ପ୍ରଦାନ କରାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: