ଇସ୍ତଫା ଦେଇଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୮।୯ : ଇସ୍ତଫା ଦେଇଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ଶନିବାର ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି କ୍ୟାପଟେନ ଅମରିନ୍ଦର ସିଂ । ଦଳୀୟ ଗୋଷ୍ଠି କନ୍ଦଳ କାରଣରୁ ଅମରିନ୍ଦର ନିଜ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ସୋନିଆ ଗାନ୍ଧୀଙ୍କୁ ଭେଟିବା ପରେ ଅମରିନ୍ଦର ଇସ୍ତଫା ପ୍ରଦାନ କରିଥିଲେ ।ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ନିଜ ପଦରୁ ଇସ୍ତଫା ଦେଇଛନ୍ତି । କଂଗ୍ରେସ ବିଧାୟକ ଦଳର ବୈଠକର କିଛି ସମୟ ପୂର୍ବରୁ ସେ ରାଜ୍ୟପାଳ ବରଓ୍ବାରିଲାଲ ପୁରୋହିତଙ୍କୁ ଭେଟି ଇସ୍ତଫା ଦେଇଛନ୍ତି । ଇସ୍ତଫା ଦେବା ପରେ ସେ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ସେ ଅପମାନିତ ଅନୁଭବ କରିବା ପରେ ଇସ୍ତଫା ଦେଇଛନ୍ତି । ନିଜ ସମର୍ଥକମାନଙ୍କ ସହ ଆଲୋଚନା ପରେ ସେ ନିଜର ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ନିଷ୍ପତ୍ତି ନେବେ । ସେ କହିଛନ୍ତି ଯେ ତାଙ୍କ ଅଗୋଚରରେ  ଗତ ୨ ମାସରେ ୩ ଥର କଂଗ୍ରେସ ବିଧାୟକ ଦଳ ବୈଠକ ଡକାଯାଇଛି । ଏହା ଦ୍ବାରା ସେ ଅପମାନିତ ଅନୁଭବ କରୁଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: