ଭୁବନେଶ୍ୱର: ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିବ ଚୂନା ମାଛ। ୩ ରୁ ୬ ବର୍ଷ ବୟସର ଶିଶୁ, ଗର୍ଭବତୀ, ପ୍ରସୂତୀ ମହିଳା ଏବଂ କିଶୋରୀଙ୍କୁ ଏଣିକି ଚୂନା ମାଛ ମିଳିବ। ପାଇଲଟ୍ ପ୍ରକଳ୍ପରେ ମୟୂରଭଞ୍ଜ ଜିଲ୍ଲାରେ ଯୋଜନା ଆରମ୍ଭ କରାଯିବ। ୫୦ଟି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଯୋଜନା ଅନୁସାରେ ପିଲାଙ୍କୁ ଚୂନା ମାଛ ଦିଆଯିବ। ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗତକାଲି ଏନେଇ ଏକ ଭର୍ଚୁଆଲ ବୈଠକ ବସିଥିଲା।ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ, ମିଶନ ଶକ୍ତି, ମତ୍ସ୍ୟ ଉତ୍ପାଦାନ, ୱାର୍ଲଡ୍ ଫିସ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ ହୋଇଛି। ଗ୍ରାମ ପଞ୍ଚାୟତ ପୋଖରୀରେ ମାଛ ଚାଷ କରୁଥିବା ମିଶନ ଶକ୍ତି ଏନେଇ ମହିଳା ସ୍ୱୟଂ ସୟାୟକ ଗୋଷ୍ଠୀଙ୍କୁ ପ୍ରଶିକ୍ଷଣ ଦେବେ। ପୃଷ୍ଟି ସାଧନ କ୍ଷେତ୍ରରେ ଏହା ବେଶ ଉପାଦେୟ ହେବା ନେଇ ଯୋଜନା ପ୍ରସ୍ତୁତ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |