ଏପ୍ରିଲରୁ ୩ ତାରିଖରୁ ମାଟ୍ରିକ ଖାତାଦେଖା

କଟକ  ,୨୦ା୩: ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଆଜି ମାଟ୍ରିକ ପରୀକ୍ଷା ଶେଷ ହୋଇଥିବା ବେଳେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ରାମାଶିଷ ହାଜରା । ସେ କହିଛନ୍ତି, ପରୀକ୍ଷାରେ କିଛି ତ୍ରୁଟି ଦେଖାଯାଇଥିଲେ ସୁଦ୍ଧା ସୁରୁଖୁରୁରେ ପରୀକ୍ଷା ସରିଛି । ଏଥର ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି କହିଛନ୍ତି ।ତେବେ ପରୀକ୍ଷା ସମୟରେ କିଛି ତ୍ରୁଟି ଦେଖା ଦେଇଥିଲା, କିନ୍ତୁ ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଥିବା ସେ କହିଛନ୍ତି। ଚଳିତ ଥର ମୋଟ ୫ଲକ୍ଷ ୪୧ ହଜାର ୨୪୭ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବା ପାଇଁ ଫର୍ମ ଭରିଥିଲେ। ଏଥିପାଇଁ ୩୨୧୮ଟି ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଥିଲା। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା। ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲା। ସେପଟେ ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିଥିଲା । ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜୋମେଟ୍ରିବକ୍ସ ନେବାର ଅନୁମତି ଦିଆଯାଇଥିଲା

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!