ଏପ୍ରିଲ ୧୭ରେ ହେବ ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପ ନିର୍ବାଚନ

ପିପିଲି ୧୬।୦୩: କଳ୍ପନା ଜଳ୍ପନାର ଅବସାନ। ପିପିଲି ବିଧାନସଭାର ଉପ ନିର୍ବାଚନ ପାଇଁ ବାଜିଲା ନିର୍ବାଚନୀ ବିଗୁଲ। ଏପ୍ରିଲ ୧୭ରେ ହେବ ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପ ନିର୍ବାଚନ। ମେ ୨ରେ ଭୋଟ୍ ଗଣତି ସହ ପ୍ରକାଶ ପାଇବ ଫଳାଫଳ। ଏନେଇ ମଙ୍ଗଳବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ତାରିଖ ଘୋଷଣା ହୋଇଛି। ମାର୍ଚ୍ଚ ୨୩ରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପରି ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ମାର୍ଚ୍ଚ ୩୦ ରହିଛି। ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୩ ରହିଛି। ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ଆସନ ଖାଲି ପଡିଥିଲା। ପିପିଲି ବିଧାନସଭା ମଣ୍ଡଳ ବିଜେଡିର ଗଡ ଭାବେ ପରିଚିତ। ୨୦୦୦ ମସିହା ପରଠୁ ଅର୍ଥାତ ବିଜେଡି ଦଳ ଗଠନ ଦିନଠୁ ଏହି ଆସନରେ ଦଳର ଦବଦବା ରହି ଆସିଛି। ପ୍ରଦୀପ ମହାରଥୀ କ୍ରମାଗତ ପାଞ୍ଚ ଥର ପିପିଲିରୁ ବିଜୟୀ ହୋଇ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ମହାରଥୀଙ୍କ ଯୋଗୁଁ ପିପିଲି ବିରୋଧୀ ବିଜେପି ଓ କଂଗ୍ରେସ ପାଇଁ ଏ ଯାଏଁ ଅଭେଦ୍ୟ ଦୁର୍ଗ ପାଲଟିଛି। ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ବିଧାନସଭା ନିର୍ବାଚନରେ ମହାରଥୀ ବିଜୟ ହାସଲ କରିଥିଲେ। ତେବେ ପ୍ରଥମ ଥର ବିଜେଡି ମହାରଥୀଙ୍କ ବିନା ମଇଦାନକୁ ଓହ୍ଲାଇବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: