ୱାଶିଂଟନ,୨୬/୦୪: ୪୪ ବିଲିୟନ ଡଲାରରେ ଟ୍ୱିଟରକୁ କିଣିଲେ ଏଲନ ମସ୍କ| ବିଶ୍ୱର ସବୁଠୁ ଧନୀ କୁହାଯାଉଥିବା ଏଲନ ମସ୍କ ମଙ୍ଗଳବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ବିଟ୍ରକୁ ୪୪ ବିଲିୟନ ଡଲାରରେ କିଣିଛନ୍ତି । ବ୍ୟାପକ ମୁଲଚାଲ ପରେ ସେୟାର ହୋଲ୍ଡରଙ୍କୁ ପ୍ରତି ସେୟାର ମୂଲ୍ୟ ବାବଦରେ ସେ ୫୪.୨୦ ଡଲାର ନଗଦ ଦେବାକୁ ପ୍ରସ୍ତାବ ଦେଇଥିଲେ । ତାଙ୍କର ଏହି ପ୍ରସ୍ତାବକୁ ଟ୍ବିଟ୍ରର ଗ୍ରହଣ କରିଛି । ବର୍ତ୍ତମାନ କୋଟି କୋଟି ୟୁଜର ଥିବା ଏହି ସୋସିଆଲ ମିଡିଆ ପ୍ଳାଟଫର୍ମର ମାଲିକାନା ଦାୟିତ୍ୱ ଏଲନ ମସ୍କଙ୍କ ହାତକୁ ଯାଇଛି । ଟ୍ବିଟ୍ର କିଣିବା ପରେ ଏଲନ ମସ୍କ ଫ୍ରିଡମ ଅଫ୍ ସ୍ପିଚ୍ (ବାକ୍ ସ୍ୱାଧୀନତା) ଉପରେ କାର୍ଯ୍ୟ କରିବେ । ବାକ୍ ସ୍ୱାଧୀନତାର ସେ ଜଣେ ଦୃଢ଼ ସମର୍ଥକ ବୋଲି ମସ୍କ କହିଆସିଥିଲେ । ଏକ ପବ୍ଲିକ୍ ପ୍ଲାଟ୍ଫର୍ମ ଭାବେ ଟ୍ୱିଟର ଉପରେ ଆମର ଭରସା ଦୃଢ଼ ହେବା ଦରକାର ବୋଲି ସେ କହିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |