ଏୟାର ଶୋ’ ସମୟରେ ମଝି ଆକାଶରେ ଦୁଇ ବିମାନ ମୁହାମୁହିଁ ଧକ୍କା

ଟେକ୍ସାସ,୧୩/୧୧:  ଏୟାର ଶୋ’ ସମୟରେ ମଝି ଆକାଶରେ ଦୁଇଟି ବିମାନ ମୁହାମୁହିଁ ଧକ୍କା ହୋଇଛନ୍ତି । ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି ।     ଆମେରିକାର ଟେକ୍ସାସ୍‌ରେ ଏଭଳି ଭୟଙ୍କର ଘଟଣା ଘଟିଛି। ମଝି ଆକାଶରେ ପରସ୍ପର ସହ ଧକ୍କା ହୋଇଛି ଦୁଇ ବିମାନ। ଧକ୍କା ହେବା ପରେ ଦୁଇମାନ ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା ସହିତ ୬ ଜଣଙ୍କର ମୃତ୍ୟୁ ହୋଇଛି।   ଦ୍ୱିତୀୟ ବିଶ୍ୱଯୁଦ୍ଧ ସ୍ମରଣରେ ଟେକ୍ସାସର ଡାଲ୍ଲାସରେ ଶନିବାର ଏକ ଏୟାର ଶୋର ଆୟୋଜନ କରାଯାଇଥିଲା। ଏହି ସମୟରେ ବୋଇଁ ବୋମା ବର୍ଷକ ବିମାନ ବି-୧୭ ଫ୍ଲାଇଂ ଫୋର୍ଟଟ୍ରେସ୍ ଓ ବେଲ୍ ପି-୬୩ କିଂକୋବ୍ରା ଫାଇଟର ବିମାନ ପରସ୍ପରକୁ ଧକ୍କା ଦେଇଥିଲେ। ଡେଲାସ ଏକ୍‌ଜିକ୍ୟୁଟିଭ ଏୟାରପୋର୍ଟରେ ଏୟାର ଶୋ’ ଚାଲିଥିବା ବେଳେ ଦିନ ୧.୨୦ ବେଳେ ଏହି ଦୁର୍ଘଟଣା ଘଟିଥିଲା ବୋଲି ଫେଡେରାଲ ଏଭିଏଶନ ଆଡିମିନିଷ୍ଟ୍ରେସନ(FAA) ସୂଚନା ଦେଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: