ଓଡ଼ିଆରେ ପ୍ରସ୍ତୁତ ହେବ OAS ପ୍ରଶ୍ନପତ୍ର

ଭୁବନେଶ୍ଵର, ୨୨/୦୯ :  ଓଡ଼ିଆ ଭାଷାରେ ଦେଇ ହେବ ଓଏଏସ ପରୀକ୍ଷା । ପ୍ରିଲିମ୍, ମେନ୍ ଓ ଇଣ୍ଟରଭିୟୁ ବି ଓଡ଼ିଆରେ ହେବ । ପ୍ରଶ୍ନ ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ । ପରୀକ୍ଷାର୍ଥୀ ମାନେ ଚାହିଁଲେ ଇଂରାଜୀ କିମ୍ବା ଓଡ଼ିଆ ଭାଷାରେ ପରୀକ୍ଷା ଦେଇପାରିବେ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ OPSCକୁ ଏନେଇ ଚିଠି ହୋଇଛି । ଯେଉଁଥିରେ ଉଲ୍ଲେଖ ଅଛି ପରୀକ୍ଷାର୍ଥୀ ମାନେ ଉଭୟ ଭାଷାର ପ୍ରଶ୍ନ ପାଇବେ ଓ ଯେଉଁ ଭାଷାରେ ଚାହିଁବେ ଉତ୍ତର ଲେଖିପାରିବେ ।ଓଡ଼ିଆ ଭାଷାରେ ଉତ୍ତର ଲେଖିପାରିବେ ପରୀକ୍ଷାର୍ଥୀ। ୨୦୧୭ରେ ଇଂରାଜୀରେ ପ୍ରଶ୍ନପତ୍ର ଆସୁଥିବା ବେଳେ ଓଡ଼ିଆ ଭାଷାରେ ଉତ୍ତର ଲେଖିବାକୁ ଅନୁମତି ଦିଆଯାଇଥିଲା। ମାତ୍ର ସଚେତନତା ଅଭାବରୁ ଅନେକ ପରୀକ୍ଷାର୍ଥୀ ଏନେଇ ଅବଗତ ହୋଇପାରି ନଥିଲେ। ଉତ୍ତର ବି ଲେଖି ନ ଥିଲେ। ‌ତେଣୁ ଏବେ ପୁଣିଥରେ ପ୍ରକ୍ରିୟା ଆରମ୍ଭ ହୋଇଛି।ଓଡ଼ିଆ ଭାଷାରେ ଓଏଏସ ପରୀକ୍ଷା ପ୍ରିଲିମ୍, ମେନ୍ ଓ ସାକ୍ଷାତକାର ପରୀକ୍ଷା ହେବ। ପ୍ରଶ୍ନପତ୍ରର ପ୍ରଶ୍ନଗୁଡ଼ିକ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ରହିବ। ପରୀକ୍ଷାର୍ଥୀ ନିଜ ସୁବିଧା ଅନୁଯାୟୀ ଇଂରାଜୀ ନ ହେଲେ ଓଡ଼ିଆ ଭାଷାରେ ଲେଖିପାରିବେ। ଏସମ୍ପର୍କରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)କୁ ଚିଠି ଲେଖାଯାଇ ଅବଗତ କରାଯାଇଛି। ଯେଉଁଥିରେ ଉଲ୍ଲେଖ ରହିଛି ଯେ ପରୀକ୍ଷାର୍ଥୀ ଉଭୟ ଭାଷାର ପ୍ରଶ୍ନ ପାଇବେ।ସର୍ବଭାରତୀୟ ପ୍ରଶାସନିକ ସେବାରେ ୧୯୮୦ରୁ ବହୁ ଭାଷାରେ ପରୀକ୍ଷା ହୋଇ ଆସୁଛି। ଯାହାକି ବର୍ତ୍ତମାନ ୨୨ରେ ପହଞ୍ଚିଛି। ମାତ୍ର ଓଏଏସ ପରୀକ୍ଷା ଓଡ଼ିଆ ଭାଷାରେ ହୋଇ ପାରୁ ନଥିବାରୁ ଭାଷାପ୍ରେମୀଙ୍କ ମଧ୍ୟରେ ବିଭିନ୍ନ ସମୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ଭାଷା ପ୍ରେମୀଙ୍କ ପକ୍ଷରୁ ୨୦୧୧ରେ ହାଇକୋର୍ଟରେ ଏକ ପିଟିସନ ମଧ୍ୟ ଦାଖଲ ହୋଇଥିଲା। ଯାହାର ଶୁଣାଣି କରି କୋର୍ଟ ଓଡ଼ିଆ ଭାଷାରେ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ତାହା କାର୍ଯ୍ୟକାରୀ ହୋଇପାରି ନଥିଲା। ଆଉ ଏବେ ଏହା ଲାଗୁ ହେବାକୁ ଯାଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: