ଓଡ଼ିଶାକୁ ସୁଭାଷ ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର

ଭୁବନେଶ୍ୱର,୧୧ା୩ : ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଓଡିଶାକୁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ତୃତୀୟ ବିପର୍ଯ୍ୟୟ ବିପଦ ହ୍ରାସ ମଞ୍ଚ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମାନ ପ୍ରଦାନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରଧାନମନ୍ତ୍ରୀଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।ଓଡ଼ିଶା ସରକାରଙ୍କ ପକ୍ଷରୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଏହି ଅବସରରେ ଯାଜପୁରର ବରିଷ୍ଠ ବିଜେଡି ନେତା କର୍ଣ୍ଣାଟ କେଶରୀ ଦାସ, ଯାଜପୁର ଜିଲା ସଭାପତି ସରୋଜ କୁମାର ମହାପାତ୍ର, ଅଶୋକ ଦାସ ଫାଉଣ୍ଡେସନର ମହାସଚିବ ଭବ ପ୍ରସାଦ ଦାସ, ଦଶରଥପୁର ବ୍ଲକ ବିଜେଡି ସଭାପତି ଅଜୟ କୁମାର ମହାନ୍ତି, ମନ୍ତ୍ରୀଙ୍କ ଜିଲା ପ୍ରତିନିଧି ପ୍ରଦୀପ କୁମାର ମହାନ୍ତି ପ୍ରମୁଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜସ୍ବମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ କୃତଜ୍ଞତା ଓ ଅଭିନନ୍ଦନ ଜଣାଇଛନ୍ତି। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀରେ କେନ୍ଦ୍ର ସରକାର ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓଏସଡିଏମଏ)କୁ ଏହି ସମ୍ମାନ ପ୍ରଦାନ ପାଇଁ ଘୋଷଣା କରିଥିଲେ। ପୁରସ୍କାର ବାବଦରେ ୫୧ ଲକ୍ଷ ଟଙ୍କାର ଅର୍ଥ ରାଶି ସହିତ ପ୍ରମାଣ ପତ୍ର ପ୍ରଦାନ ପ୍ରଦାନ କରାଯାଇଛି। ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ବାତ୍ୟାଠୁ ବନ୍ୟା ଭଳି ବିପର୍ଯ୍ୟୟ ସମୟରେ ଓଡ଼ିଶାର ପରିଚାଳନା ଖୁବ୍‌ ଭଲ ରହିଛି। ଲଗାତର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଉତ୍ତମ ପ୍ରଦର୍ଶନ କରିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!