ଓଡ଼ିଶାର କଣ୍ଢେଇ ନୃତ୍ୟ ଗୁରୁ ମାଗୁଣୀ ଚରଣ କୁଅଁରଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,,୨୨ା୩ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ   ରାଷ୍ଟ୍ରପତି ଭବନଠାରେ ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର କଣ୍ଢେଇ ନୃତ୍ୟ ଗୁରୁ ମାଗୁଣୀ ଚରଣ କୁଅଁର ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ଓଡ଼ିଶାରୁ ୪ ଜଣଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ଘୋଷଣା କରାଯାଇଥିଲା । ଏହା ସହିତ ଏଥର ୬ ଜଣ ପଦ୍ମବିଭୂଷଣ ପାଇଥିବାବେଳେ ୯ ଜଣ ପଦ୍ମଭୂଷଣ, ୯୧ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି ।ରାଷ୍ଟ୍ରପତି ଭବନରେ ପଦ୍ମ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମ । ଆଜି ୫୪ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନଜନକ ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୫୪ ଜଣଙ୍କ ମଧ୍ୟରେ ଓଡ଼ିଶାର ମାଗୁଣି ଚରଣ କୁଅଁରଙ୍କୁ ମିଳିଛି ପଦ୍ମଶ୍ରୀ ସମ୍ମାନ । ଓଡ଼ିଶାରେ କାଠି କଣ୍ଢେଇ ନାଚକୁ ସେ ବଞ୍ଚେଇ ରଖିଥିବାରୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।ଓଡ଼ିଶାର କ୍ରିଷ୍ଣା ପଟେଲ, ଅନ୍ତର୍ଯ୍ୟାମୀ ମିଶ୍ର ,ଏବଂ ପଟ୍ଟାୟତ ସାହୁଙ୍କୁ ଆସନ୍ତା ୫ ତାରିଖରେ ପୁରସ୍କାର ପ୍ରଦାନ କରାଯିବ  । ଚଳିତ ବର୍ଷ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରାଯାଉଥିବା ବେଳେ ଏଥିରେ ଓଡ଼ିଶାରୁ ଅଛନ୍ତି ୪ ଜଣ । ୬ ପଦ୍ମ ବିଭୂଷଣ, ୯ ପଦ୍ମ ଭୂଷଣ ଓ ୯୧ଟି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଉଛି । ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ୧୯ ମହିଳା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!