ଭୁବନେଶ୍ଵର,୩/୫: ରାଜ୍ୟ ସରକାରଙ୍କ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ ଡ. ବିଜୟ ସାହୁଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ବୟସ ହୋଇଥିଲା। ସେ ହାଇଦ୍ରାବାଦର ଏକ ଘରୋଇ ହସପିଟାଲରେ ପରଲୋକ ହୋଇଥିବା ସୂଚନା ମିଳିଛି। ବିଜୟ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କ ଠାରେ କରୋନା ଜନିତ ଅନେକ ଜଟିଳତା ଦେଖା ଦେଇଥିଲା ଓ ସେ ଗୁରୁତର ହୋଇଯାଇଥିଲେ। ଏହାପରେ ତାଙ୍କୁ ଏକ ଏୟାର ଆମ୍ବୁଲାନ୍ସରେ ହାଇଦ୍ରାବାଦର ଏକ ଘରୋଇ ହସପିଟାଲକୁ ଉନ୍ନତ ଚିକିତ୍ସା ପାଇଁ ନିଆଯାଇଥିଲା। କିନ୍ତୁ ସେଠାରେ ତାଙ୍କର ପରଲୋକ ହୋଇଯାଇଛି ବୋଲି ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଲୋକ ସଂପର୍କ ଅଧିକାରୀ ଶରତ କର ସୂଚନା ଦେଇଛନ୍ତି। ଡକ୍ଟର ବିଜୟ ସାହୁଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏଥି ସହିତ ତାଙ୍କ ପରିବାରଲୋକଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ବିଜୟ ସାହୁଙ୍କ ପ୍ରତିଭା ଏବଂ ପରାକାଷ୍ଠାକୁ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି । ଶିକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ଅବିସ୍ମରଣୀୟ ଏବଂ ପ୍ରଶଂସନୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |