‘ଓଡ଼ିଶା ଫୁଡ୍‌ପ୍ରୋ-୨୦୨୨’ଉଦଘାଟିତ

ଭୁବନେଶ୍ୱର,୨୧/୦୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା  ରାଜ୍ୟରେ ପରିବେଶ ଅନୁକୂଳ ଖାଦ୍ୟ ପ୍ରକ୍ରିୟାକରଣକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟ ନେଇ    ଓଡ଼ିଶା ଫୁଡ୍‌ପ୍ରୋ-୨୦୨୨ ଉଦଘାଟିତ ହୋଇଯାଇଛି। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି କହିଛନ୍ତି ଯେ ରାଜ୍ୟ ବିକାଶରେ ପରିବେଶ ଅନୁକୂଳ ଖାଦ୍ୟ ପ୍ରକ୍ରିୟାକରଣ ଏକ ନୂଆ ଯୁଗ ସୃଷ୍ଟି କରିବ। ଜାତୀୟ ଓ ଆନ୍ତର୍ଜାତିକ ମାନଚିତ୍ରରେ ଏହା ଏକ ବାର୍ଷିକ ଇଭେଣ୍ଟ ଭାବେ ପରିଗଣିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ସ୍ବୟଂ ସହାୟକ ଗୋଷ୍ଠୀ ଅତ୍ୟାଧୁନିକ ସପ୍ଲାଏ ଚେନରେ ଭାଗୀଦାର ହେବେ। ଦେଶ ଓ ବିଦେଶର କମ୍ପାନୀମାନଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ଏହା ଆକୃଷ୍ଟ କରିବ। ସେଥିପାଇଁ ଏକାଠି ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିଲେ। ଅମଳ ପରବର୍ତ୍ତୀ ଫସଲ କ୍ଷତିକୁ ଏହା ଭରଣା କରିବ। ଯାହାଦ୍ବାରା ଚାଷୀମାନେ ଲାଭବାନ ହୋଇପାରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: